ରାଜ୍ୟରେ ଆଜି ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୫/୨: ରାଜ୍ୟରେ ଆଜି ଆଉ ୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୧ ଓ ସ୍ଥାନୀୟ ଅଞ୍ଚଳରୁ ୩୭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୩୩ ହଜାର ୫୫୪ ସୁସ୍ଥ ହୋଇଥିବା ବେଳେ ୭୪୪ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୭ ଜଣ କଁ ରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।