ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ

ଭୁବନେଶ୍ୱର, ୧୬/୮: କରୋନା ଯୋଗୁ ସବୁ ସ୍କୁଲ ଓ କଲେଜ ବନ୍ଦ ଥିଲା । ତେଣୁ ଛତ୍ରଛାତ୍ରୀଙ୍କ ପାଠ ପଢା ଉପରେ ବେଶ ପ୍ରଭାବ ପଡିଛି । ଏହାରିମଧ୍ୟରେ ଆଜିଠୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ ଆରମ୍ଭ ହେବ । ନବମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ବିଏସଇ, ସିବିଏସଇ ଓ ଆଇସିଏସଇ ଏବଂ ରାଜ୍ୟ ସରକାରଙ୍କ ଅନୁମତିରେ ବୋର୍ଡ ଅନ୍ତର୍ଗତ ସମସ୍ତ ସ୍କୁଲରେ ଆରମ୍ଭ ହେବ ନବମ ଶ୍ରେଣୀର ପାଠପଢ଼ା । ସକାଳ ୯ଟାରୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ା ହେବ । ଏହାସହ ଅନ୍ୟପଟେ ଅନଲାଇନ ପାଠପଢ଼ା ମଧ୍ୟ ଜାରିରହିବ । ଅଫଲାଇନ କିମ୍ବା ଅନଲାଇନ ମୋଡରେ କ୍ଲାସ କରିପାରିବେ ପିଲା । ଏହାସହ ସ୍କୁଲ ଓ କ୍ଲାସ ରୁମରେ ସ୍ୱାସ୍ଥ୍ୟ ବିଭାଗ ଓ ଏସଆରସିଙ୍କ କୋଭିଡ୍ ଗାଇଡ୍ ଲାଇନ୍ କଡ଼ାକଡ଼ି ଭାବେ ପାଳନ କରାଯିବ ।