ରାଜ୍ୟରେ ଦିନକରେ ଆଉ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୮/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୯୩ ଓ ସ୍ଥାନୀୟ ଅଞ୍ଚଳରୁ ୬୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୦ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୪,୧୬୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୪,୦୯୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୫୫୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।