ଅସ୍ଥାୟୀ କୋଭିଡ ହସ୍ପିଟାଲ ନିର୍ମାଣ କରିବାକୁ ସବୁ ରାଜ୍ୟକୁ କେନ୍ଦ୍ରର ଚିଠି

ଭୁବନେଶ୍ୱର, ୧/୧:ସାରା ଦେଶରେ ଏବେ ଚିନ୍ତାର ବିଷୟ ପାଲଟିଛି ଓମିକ୍ରନ । ଅନ୍ୟ ଦେଶରେ ସଂକ୍ରମଣ ହୁ ହୁ ହୋଇ ବଢୁଛି । ଏହାକୁ ନେଇ କେନ୍ଦ୍ର ସରକାର ଚିନ୍ତାପ୍ରକଟ କରିଛନ୍ତି ।କୋଭିଡ ସଂକ୍ରମଣ ଦୃଷ୍ଟିରୁ ଅସ୍ଥାୟୀ କୋଭିଡ ହସ୍ପିଟାଲ ନିର୍ମାଣ କରିବାକୁ ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଚିଠି ଲେଖିଛି। ଘରେ ପୃଥକବାସରେ ଥିବା ରୋଗୀଙ୍କର ନିୟମିତ ନିରୀକ୍ଷଣ, ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଗଠନ, କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦେଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଛନ୍ତି।