ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା !

ଭୁବନେଶ୍ୱର, ୬/୧: ରାଜ୍ୟରେ ଏବେ ଶୀତ ଲହର ଲାଗି ରହିଛି । ଏହାରିମଧ୍ୟରେ ପୁଣି ଥରେ ବର୍ଷା ହେବାର ସମ୍ଭାବନା ରହିଛି । ୧୦ ତାରିଖ ଦିନ ରାଜ୍ୟର ୧୧ଟି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।  ୧୦ରେ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।  ବର୍ଷା ହେବାକୁ ଥିବା ୧୧ଟି ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ।