ଭୁବନେଶ୍ୱର, ୬/୧: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ଗ୍ରହଣୀୟ ନୁହେଁ। ଭାରତର ପ୍ରଧାନମନ୍ତ୍ରୀ ହେଉଛନ୍ତି ଏକ ଅନୁଷ୍ଠାନ । ଏହାର ଗାରିମା ଏବଂ ମର୍ଯ୍ୟାଦା ରକ୍ଷା କରିବା ସବୁ ସରକାରର ଦାୟିତ୍ବ।
ଉଲ୍ଲେଖ ଯୋଗ୍ୟ ଯେ ଗତକାଲି ପଞ୍ଜାବରେ ମଝି ରାସ୍ତାରେ ଅଟକିଥିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ କାରକେଡ । ଫ୍ଲାଏଓଭର ଉପରେ ପ୍ରାୟ ୧୫ରୁ ୨୦ ମିନିଟ୍ ପ୍ରଧାନମନ୍ତ୍ରୀଙ୍କ କାରକେଡ ଫଶି ରହିଥିଲା । ଆଉ ଏହିଠାରୁ ସଭାସ୍ଥଳକୁ ଯିବା ପରିବର୍ତ୍ତେ ପୁଣିଥରେ ବିମାନବନ୍ଦର ଅଭିମୁଖେ ବାହାରିଥିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ । ଏହି ପ୍ରସଙ୍ଗ ରେ ଆଜି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ।
The Prime Minister of India is an institution. It is the duty of every Government to provide foolproof security and safeguard the dignity of this institution. Anything contrary should be unacceptable in our democracy.
— Naveen Patnaik (@Naveen_Odisha) January 6, 2022