ରାଜ୍ୟରେ ଦିନକରେ ଆଉ ୪୮୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୮୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୨୮୨୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୦୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୪୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୫,୬୯୮କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୪୬,୬୧୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୦,୫୬୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।