ଦେଶରେ ୨୪ଘଣ୍ଟାରେ କରୋନାରେ ୫୮୫ ମୃତ

ନୂଆଦିଲ୍ଲୀ,୧୯/୧୧: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୪୫,୫୭୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୯,୫୮,୪୮୩ କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୩୧,୫୭୮ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୮୩,୮୩,୬୦୨ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୪,୪୩,୩୦୩ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।