ରାଜ୍ୟରେ ଆଜି ଦିନକରେ ଆଉ ୧୦,୨୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୪/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦,୨୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୯୬୨ ଓ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୦୬୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୧,୮୭୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୦,୫୦,୧୭୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫୩,୧୭୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।