ଘନକୁହୁଡ଼ି ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୮/୧: ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଛି। ସେହିପରି ଆସନ୍ତା ୪୮ ଘଣ୍ଟା ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ବୃଦ୍ଧି ଘଟିବା ସହ ଶୀତର ପ୍ରକୋପ ହ୍ରାସ ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ବୁଧବାର ପାହାନ୍ତା ପହରକୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ ଏବଂ ଉପକୂଳ ଓଡ଼ିଶା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

ସେହିପରି ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର।