ଆସନ୍ତା କିଛି ଦିନ ଗୁରୁତ୍ବପୂର୍ଣ୍ଣ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୯/୧: ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ଏହାରିମଧ୍ୟରେ ରାଜ୍ୟରେ କୋଭିଡ ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କିଛି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ତୃତୀୟ ଲହରରେ ଓମିକ୍ରନ ଅଧିକ ସଂକ୍ରମିତ କରୁଛି। ରାଜ୍ୟରେ ୧୦୦ ଜଣରୁ ମାତ୍ର ୨ ଜଣ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ରାଜ୍ୟବାସୀଙ୍କୁ ଭୟଭୀତ ନହେବାକୁ ଅନୁରୋଧ କରିଛନ୍ତି। ରାଜ୍ୟ ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ଗାଇଡଲାଇନ ପାଳିବାକୁ ସେ ପରାମର୍ଶ ଦେଇଛନ୍ତି। ଆସନ୍ତା କିଛି ଦିନ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଛନ୍ତି।