ରାଜ୍ୟରେ ଆଜି ଦିନକରେ ଆଉ ୫,୮୯୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫/୧: ରାଜ୍ୟରେ ଏବେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କମିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫,୮୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୪୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮୫୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୭,୮୪୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୧,୩୧,୯୧୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୭,୩୪୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।