ରାଜ୍ୟରେ ଆଜି ଦିନକରେ ଆଉ ୫,୯୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୭/୧: ରାଜ୍ୟରେ ଆଜି ପୁଣି ଗତକାଲି ଅପେକ୍ଷା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫,୯୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୪୧୯ ଓ ସ୍ଥାନୀୟ ଅଞ୍ଚଳରୁ ୨୪୮୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୩୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୧,୧୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୧,୫୨,୨୩୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୦,୩୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।