ଆସନ୍ତା ୨୮ଓ୨୯ ରେ ପ୍ରବଳ ଶୀତ ନେଇ ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୭/୧: ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଛି। ଏହାସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ କିଛି ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି । ଜାନୁଆରି ୨୮ରୁ ୨୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରି ପ୍ରଭାବିତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜାନୁଆରି ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବି ଶୀତ ଲହରି ଜାରି ହେବାର ସମ୍ଭାବନା ରହିଛି।