କିପରି କଟିବ ଆଜି ଆପଣଙ୍କ ଦିନ: ୩୦/୧/୨୦୨୨

ମେଷ:ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ।

ବୃଷ:ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ ଉତ୍ଥାନ ହେବା ଫଳରେ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ନିକଟ ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ ।

ମିଥୁନ:କଳା, ସାହିତ୍ୟ, ଏଜେନ୍ସି ଏବଂ ସାମ୍ବାଦିକତାରେ ପ୍ରଂଶସିତ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଡ଼ିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖିପାରିବେ ।

କର୍କଟ:ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ ।

ସିଂହ:ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ପରିଶ୍ରମ କଲେ ନିଶ୍ଚୟ ଲାଭ ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

କନ୍ୟା:ସ୍ଵାସ୍ଥ୍ୟରେ ଉନ୍ନତି ସହ ଆୟ ମଧ୍ୟ ଉତ୍ତମ ହେବ । ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ । ନିଜଲୋକମାନେ ସାହାଯ୍ୟ ସହଯୋଗ କରିବେ । ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ଖୁସି ରହିବେ ।

ତୁଳା:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ବିଛା:ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ ।

ଧନୁ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ ।

ମକର:ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ସାକ୍ଷାତକାରରେ ଜୟଲାଭ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।

କୁମ୍ଭ:କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ ।

ମୀନ:ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ସାକ୍ଷାତକାରରେ ଜୟଲାଭ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।