କିପରି କଟିବ ଆଜି ଆପଣଙ୍କ ଦିନ: ୧/୨/୨୦୨୨

ମେଷ:ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ଆଧ୍ୟାତ୍ମିକ, ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଧନଲାଭ କରିବାର ସୁଯୋଗ ପାଇବେ ।

ବୃଷ:ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ସୁଖ-ସୌଭାଗ୍ୟ ବୃଦ୍ଧି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନ ମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ ।

ମିଥୁନ:ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହି ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ ।

କର୍କଟ:ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

ସିଂହ:ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଆୟ ଉପାର୍ଜନ ବୃଦ୍ଧି ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।

କନ୍ୟା:ରାଜନୀତି କ୍ଷେତ୍ରରେ ମନସ୍କାମନା ପୂର୍ଣ୍ଣ ହୋଇ ମାନସିକ ଶାନ୍ତି ପାଇବେ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ ।

ତୁଳା:ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ ।

ବିଛା:ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ ।

ଧନୁ:ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ ।

ମକର:ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

କୁମ୍ଭ:କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ ।

ମୀନ:ଶୁଭ ସମାଚାର ଶୁଣିବାକୁ ମିଳିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ ।