କିପରି କଟିବ ଆଜି ଆପଣଙ୍କ ଦିନ: ୨/୨/୨୦୨୨

ମେଷ:ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟରେ ଆର୍ଥିକ ଉନ୍ନତି ହୋଇ ସଫଳତା ମିଳିବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ ।

ବୃଷ:କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ କିନ୍ତୁ ଚିନ୍ତାଧାରା ପୂର୍ଣ୍ଣମାତ୍ରାରେ ଘାରି ରହିବ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ ।

ମିଥୁନ:ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ ।

କର୍କଟ:ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ ।

ସିଂହ:ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ ।

କନ୍ୟା:ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

ତୁଳା:ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ ।

ବିଛା:ପାରିବାରିକ କ୍ଷେତ୍ରରେ ନିଜର କ୍ରୋଧକୁ ଦମନକଲେ ହସଖୁସିର ବାତାବରଣ ଦେଖାଦେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ।

ଧନୁ:ସ୍ୱାସ୍ଥ୍ୟ ସଙ୍କଟ ଦୂରେଇଯିବ ଓ ଧନ ସମ୍ପତିରେ ଘର ହସି ଉଠିବ । ଚାକିରୀ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ ।

ମକର:କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

କୁମ୍ଭ:କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ ।

ମୀନ:କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ ଓ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ସତ୍‌ କାର୍ଯ୍ୟରେ ଲିପ୍ତ ହୋଇ ସମ୍ମାନିତ ହେବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ ।