କିପରି କଟିବ ଆଜି ଆପଣଙ୍କ ଦିନ: ୩/୨/୨୦୨୨

ମେଷ:କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ ।

ବୃଷ:ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ ।

ମିଥୁନ:ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ । ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି ।

କର୍କଟ:ଶିକ୍ଷାକ୍ଷେତ୍ରରେ ଅଧିକ ପରିଶ୍ରମ ଫଳରେ ଆଶାନୁରୂପ ଫଳ ଲାଭ ହେବ । ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ ।

ସିଂହ:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ।

କନ୍ୟା:ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ । ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧିହେବ ।

ତୁଳା:କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନଙ୍କ ସୁଫଳ ଆଶାରେ ଉଲ୍ଲସିତ ହେବେ ।

ବିଛା:ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ ।

ଧନୁ:କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବା ସହ କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ମକର:ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ଓ ନିଜର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଓ ଶୁଭସମାଚାର ଶୁଣିବାକୁ ମିଳିବ ।

କୁମ୍ଭ:କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ ସାମାନ୍ୟ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।

ମୀନ:ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ ।