ସ୍କୁଲ ଖୋଲିବା ନେଇ ନୂଆ ଗାଇଡଲାଇନ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୩/୨: ଦେଶରେ କରୋନା ସଂକ୍ରମଣ କମୁଥିବାରୁ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇଛି। ଏହାରିମଧ୍ୟରେ ସ୍କୁଲ ଖୋଲିବା ନେଇ ନୂଆ ଗାଇଡଲାଇନ ଜାରି କରିିିଛନ୍ତି କେନ୍ଦ୍ର ସରକାର। ସ୍କୁଲ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡ଼ା କି ନାହିଁ ତାହା ରାଜ୍ୟ ସ୍ଥିର କରିବ। ସେହିପରି ଶାରୀରିକ ଦୂରତ୍ୱ ବଜାୟ ପାଇଁ ସ୍କୁଲ ପରିସରରେ ମାର୍କିଂ କରାଯିବ। ସ୍କୁଲରେ କ୍ରୀଡ଼ା ଉତ୍ସବ, ସାଂସ୍କୃତିକ କାର୍ଯ୍ୟକ୍ରମ ସଂପର୍କରେ ରାଜ୍ୟ ସ୍ଥିର କରିବ। ବହୁବିଧ ରୋଗାକ୍ରାନ୍ତ ଥିବା ଛାତ୍ରଛାତ୍ରୀଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯିବ।ଏହାସହ କଣ୍ଟେନମେଣ୍ଟ ଜୋନରେ ରହୁଥିବା ସ୍କୁଲ ବସ୍ ଡ୍ରାଇଭରଙ୍କୁ ଆସିବାକୁ ଅନୁମତି ନାହିଁ।