ଲତା ମଙ୍ଗେସକରଙ୍କ ବିୟୋଗରେ ସମଗ୍ର ଦେଶରେ ୨ ଦିନ ପାଇଁ ରାଷ୍ଟ୍ରୀୟ ଶୋକ ଘୋଷଣା

ନୂଆଦିଲ୍ଲୀ, ୬/୨: ଲତା ମଙ୍ଗେସକରଙ୍କ ବିୟୋଗରେ ସମଗ୍ର ଦେଶରେ ୨ ଦିନ ପାଇଁ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ରାଷ୍ଟ୍ରୀୟ ଶୋକ ପାଳନ ଅବସରରେ ଦେଶର ସର୍ବତ୍ର ଜାତୀୟ ପତାକା ଅର୍ଦ୍ଧନମିତ ହୋଇ ରହିବ । ତାଙ୍କର ପାର୍ଥିବ ଶରୀରର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବା ପାଇଁ ଘୋଷଣା କରାଯାଇଛି ।

ଉଲ୍ଲେଖ ଯୋଗ୍ୟ ଯେ ଆଜି ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଦେହାନ୍ତ ହୋଇଛି। ସେ ୨୯ଦିନ ହେଲା ଭେଣ୍ଟିଲେଟରରେ ଥିଲେ ।କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ତାଙ୍କୁ ଭର୍ତି କରାଯାଇଥିଲା । ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ ସୁସ୍ଥ ହୋଇଥିଲେ । କିନ୍ତୁ ପରେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା ।