୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮/୨: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାରି ମଧ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ ଯଥା ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖ ଅନ୍ତର୍ଭୁକ୍ତ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏ ର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର, ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ ସରଳା ଦେଇ, ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍‌ସପେକ୍ଟର ରାମଚନ୍ଦ୍ର ବେହେରା, କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ଓ ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି ରାଜ୍ୟ ସରକାର ।