କିପରି କଟିବ ଆଜି ଆପଣଙ୍କ ଦିନ: ୨୧/୨/୨୦୨୨

ମେଷ:ଶାରୀରିକ ସୁସ୍ଥତା ସହ ମାନସିକ ଅଶାନ୍ତି ଦୂର ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ ।

ବୃଷ:ଶତ୍ରୁମାନେ ପରାଜିତ ହେବେ । ଦୈବୀକୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ-ସମ୍ମାନ ବୃଦ୍ଧି ହେବ । ପତିପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ ।

ମିଥୁନ:କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ ।

କର୍କଟ:କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

ସିଂହ:ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସେବାକାରୀ ମାନଙ୍କ ସହଯୋଗରେ ସମ୍ମ ।

କନ୍ୟା:ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ ।

ତୁଳା:ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ବିଛା:ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗ ନେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ ।

ଧନୁ:ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ । କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

ମକର:ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ।

କୁମ୍ଭ:ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।

ମୀନ:ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ଗୁରୁଜନମାନଙ୍କର ଆଦର ପାଇବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ ।