ରାଜ୍ୟରେ ଆଜି ଦିନକରେ ଆଉ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨/୨: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୬୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୭୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୩,୨୯୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୬୯,୨୫୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪,୯୫୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।