କିପରି କଟିବ ଆଜି ଆପଣଙ୍କ ଦିନ: ୨୩/୨/୨୦୨୨

ମେଷ: ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ ।

ବୃଷ:ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ମିଥୁନ:ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କର୍କଟ:ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଶତୃମାନେ ପରାଜିତ ହେବେ । ବ୍ୟବସାୟରେ ସାମାନ୍ୟ ଲାଭ ଓ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖା ଦେବ ।

ସିଂହ:ପୁରାତନ ରୋଗର ଉପସମ ହୋଇ ଶରୀର ସୁସ୍ଥ ରହିବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ ।

କନ୍ୟା:ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶତୃମାନେ ମଥାନତ କରିବେ । ପିଲା ମାନଙ୍କ କାର୍ଯ୍ୟରେ ଖୁସି ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି ।

ତୁଳା:ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଜନସେବାରେ ନିଜକୁ ନିୟୋଜିତ କରିବେ ।

ବିଛା:ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପୁରାତନ ରୋଗର ଉପସମ ହୋଇ ଶରୀର ସୁସ୍ଥ ରହିବ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ନୂତନ ଯୋଜନାରେ ସଫଳତା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ।

ଧନୁ:ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇ ଯିବେ ।

ମକର:ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କୁମ୍ଭ:ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ ।

ମୀନ:କର୍ମପ୍ରତି ଉତ୍ସାହ ଏବଂ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ । ପରିବାରରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ । ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ । ମଉଜ-ମସ୍ତିରେ ସମୟ କଟିପାରେ ।