ରାଜ୍ୟରେ ଆଜି ଦିନକରେ ଆଉ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୪/୨: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୯୯ ଓ ସ୍ଥାନୀୟ ଅଞ୍ଚଳରୁ ୧୪୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୩,୯୭୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୧,୦୧୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩,୮୬୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।