କିପରି କଟିବ ଆଜି ଆପଣଙ୍କ ଦିନ: ୨୭/୨/୨୦୨୨

ମେଷ:ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ ।

ବୃଷ:ସଂଘର୍ଷ ଦ୍ଵାରା ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

ମିଥୁନ:ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ନୂତନପନ୍ଥା ଅନୁସରଣ କରିବା ଫଳରେ ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବକେୟା ଅର୍ଥ କିଛି ମିଳିଯାଇ ପାରେ ।

କର୍କଟ:ବ୍ୟବସାୟ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ ।

ସିଂହ:ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ ।

କନ୍ୟା:ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

ତୁଳା:ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗ ନେବେ ।

ବିଛା:ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ସମସ୍ତଙ୍କ ମେଳରେ ରହି ଆନନ୍ଦ ଅନୁଭବ କରିବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ ।

ଧନୁ:ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ମକର:ମlସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ ।

କୁମ୍ଭ:ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ ।

ମୀନ:ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଅଚାନକ ଧନ ଲାଭ ହେବାରୁ ମନଖୁସି ରହିବ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ।