ରାଜ୍ୟରେ ଆଜି ଦିନକରେ ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୯ ଓ ସ୍ଥାନୀୟ ଅଞ୍ଚଳରୁ ୯୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୨୦୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୩,୭୩୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୩୪୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।