ରାଜ୍ୟରେ ଆଜି ଦିନକରେ ଆଉ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୪/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭୩ ଓ ସ୍ଥାନୀୟ ଅଞ୍ଚଳରୁ ୫୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୪,୭୫୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୭୧୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।