କଟକ ବଡ଼ ମେଡ଼ିକାଲ ପରିସରରେ ଅଗ୍ନିକାଣ୍ଡ

କଟକ,୫/୩: କଟକ ବଡ଼ ମେଡ଼ିକାଲ ପରିସରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମେଡିକାଲ ସ୍ତ୍ରୀ ଓ ପ୍ରସୂତି ବିଭାଗର ଗେଟ ସମ୍ମୁଖରେ ଥିବା ଏକ ଇଲେକ୍ଟ୍ରି ଟ୍ରାନସଫରମର ରେ ହଠାତ୍ ନିଆଁ ଲାଗିଯାଇଥିଲା। ଟ୍ରାନସଫରମର ଟି ହଠାତ୍ ହୁ ହୁ ହୋଇ ଜଳିବା ଯୋଗୁଁ ସାଧାରଣ ଲୋକେ ଆତଙ୍କିତ ହୋଇଯାଇଥିଲେ।
ପରେ ଖବର ପାଇ ମେଡିକାଲ ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ କୁ ଆୟତ୍ତ କରାଯାଇଥିଲା। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବା ବେଳେ ବାରମ୍ବାର ଏଭଳି ଅଗ୍ନିକାଣ୍ଡ ଘଟୁଥିଲେ ମଧ୍ୟ ବିଦ୍ୟୁତ ବିଭାଗର ଦୁର୍ବଳତା ଯୋଗୁଁ ଏହା ଘଟୁଥିବା ସାଧାରଣ ଲୋକେ ଅଭିଯୋଗ କରିଛନ୍ତି।