ରାଜ୍ୟରେ ଆଜି ଦିନକରେ ଆଉ ୧୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୧ ଓ ସ୍ଥାନୀୟ ଅଞ୍ଚଳରୁ ୪୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୪୫୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୬,୨୮୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୦୧୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।