ରାଜ୍ୟରେ ଆଜି ଦିନକରେ ଆଉ ୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୯ ଓ ସ୍ଥାନୀୟ ଅଞ୍ଚଳରୁ ୩୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୫୪୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୬,୪୦୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୯୭୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।