ରାଜ୍ୟରେ ଆଜି ୬୪୨ ଜଣ କରୋନା ପଜିଟିଭ ଚିହ୍ନଟ ଓ ୧୪ ମୃତ

ଭୁବନେଶ୍ୱର,୨୪/୧୧ (ଦି ପ୍ରଗତି ନ୍ୟୁଜ): ବର୍ତ୍ତମାନ କ୍ରମାଗତ ଭାବେ କିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମି କମି ଚାଲିଛି । ସେହିପରି ଆଜି ମଧ୍ୟ ୩୦ ଜିଲ୍ଲାରୁ ୬୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୬୪୨ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୨୬୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୪୬୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪୬ , ବାଲେଶ୍ୱରରୁ ୨୫, ବରଗଡ଼ରୁ ୧୫, ଭଦ୍ରକରୁ ୨୦, ବଲାଙ୍ଗୀରରୁ ୧୬ , ବୌଦ୍ଧ ରୁ ୩, କଟକରୁ ୨୬, ଦେଓଗଡ଼ରୁ ୪, ଢ଼େଙ୍କାନାଳରୁ ୧୬, ଗଜପତିରୁ ୨,  ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୨୧, କଳାହାଣ୍ଡିରୁ ୭, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୬ , କେନ୍ଦ୍ୁଝରରୁ ୭୦, ଖୋର୍ଦ୍ଧାରୁ ୬୨, କୋରାପୁଟରୁ ୧୦,  ମାଲକାନଗିରିରୁ ୪, ମୟୁରଭଞ୍ଜରୁ ୪୧, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ନୂଆପଡ଼ାରୁ ୬୯, ପୁରୀରୁ ୧୭, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୯, ସୋନପୁର ରୁ ୨, ସୁନ୍ଦରଗଡ଼ରୁ ୬୬ ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୬୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ଘଟିଛି ।  ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।