ରାଜ୍ୟରେ ଆଜି ଦିନକରେ ଆଉ ୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୯/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୨ ଓ ସ୍ଥାନୀୟ ଅଞ୍ଚଳରୁ ୩୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୦୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୭,୨୭୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୬୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।