୨୪ ଘଣ୍ଟା ମଧ୍ୟରେ ୧,୬୬୦ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ, ୨୬/୩: ବେଶ୍‌ କିଛି ଦିନ ଧରି ଦେଶରେ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୨ ହଜାରରୁ କିଛି କମ୍‌ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୬୬୦ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୪୧୦୦ ମୃତ୍ୟୁ ରେକର୍ଡ କରାଯାଇଛି। କେତେକ ରାଜ୍ୟ ପିଛିଲା ଭାବେ ମୃତ୍ୟୁସଂଖ୍ୟା ହିସାବ ଦେଇଥିବା ହେତୁ ଆଜି ମୃତ୍ୟୁସଂଖ୍ୟା ଅଧିକ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୮,୦୩୨ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୪୧୦୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୦,୮୫୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୩୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୮୦,୪୩୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୭୪୧।