ରାଜ୍ୟରେ ଆଜି ଦିନକରେ ଆଉ ୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୫ ଓ ସ୍ଥାନୀୟ ଅଞ୍ଚଳରୁ ୨୪ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୦୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୮,୦୩୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୪୦୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।