କିପରି କଟିବ ଆଜି ଆପଣଙ୍କ ଦିନ: ୧/୪/୨୦୨୨

ମେଷ:ରାଜନୈତିକ କ୍ଷେତ୍ରରେ ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଦୂରଯାତ୍ରା କରିଲେ ବି ଶାରୀରିକ କଷ୍ଟ ଦୂରେଇ ଯିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

ବୃଷ:ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ଗୃହୋପଯୋଗୀ ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ ।

ମିଥୁନ:ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବା ଫଳରେ କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରେମିକ ପ୍ରେମିକା ମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

କର୍କଟ:ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଗୁରୁ-ଗୁରୁଜନମାନଙ୍କର ଆସ୍ଥାଭାଜନ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ସିଂହ:ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ମାନସିକ ଏକାଗ୍ରତା ରଖି ପାରିବେ । ରାଜନୈତିକ କ୍ଷେତ୍ରରେ ପୁରୁଖା ନେତାଙ୍କର ସହଯୋଗରେ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

କନ୍ୟା:ସନ୍ତାନ ମାନଙ୍କର ଉନ୍ନତି ଖବର ପାଇ ଖୁସିହେବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ ।

ତୁଳା:ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସନ୍ତାନ, ଜୀବନସାଥି କ୍ଷେତ୍ରରେ ଓ ପିତୃ କ୍ଷେତ୍ରରେ ସର୍ବଶ୍ରେଷ୍ଠ ଫଳ ପାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ ।

ବିଛା:ସହକର୍ମୀମାନେ ସହଯୋଗ କରିବା ଫଳରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ନିଜର ମାନସିକ-ଭାରସାମ୍ୟ ରକ୍ଷାକରି ଆସ୍ୱସ୍ତି ଲାଭ କରିବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ ।

ଧନୁ:ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ତମ ରୋଜଗାର ହେବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ ।

ମକର:ବ୍ୟବସାୟୀ ମାନେ ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ । ଧନ ଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ ।

କୁମ୍ଭ:ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖା ଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ ।

ମୀନ:ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।