ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ

ଭୁବନେଶ୍ୱର,୧/୪:ଆଜି ହେଉଛି ଉତ୍କଳ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି । ରାଜ୍ୟରେ ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଅତିରିକ୍ତ ଚାଉଳ। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମାଗଣା ଚାଉଳ ମିଳିବ। ହିତାଧିକାରୀଙ୍କୁ ଏପ୍ରିଲରୁ ସେପ୍ଟେମ୍ୱର ପର୍ଯ୍ୟନ୍ତ ଅତିରିକ୍ତ ୫ କେଜି ଚାଉଳ ମିଳିବ । ୫ କିଲୋ ଅତିରିକ୍ତ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ଉପକୃତ ହେବେ ରାଜ୍ୟର ୮.୦୯ ଲକ୍ଷ ପରିବାର । ଏହି ବାବଦରେ ୯୧.୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ।