ଦେଶରେ ୨୪ ଘଣ୍ଟାରେ ୧,୨୬୦ ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨/୪: ବେଶ୍‌ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବାର ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୬୦ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୬୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୭,୦୩୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୮୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୨୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୪୦୪ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୨,୩୨୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୪୪୫।