ଆଇଆଇସିଙ୍କ ମୃତ୍ୟୁ ଘଟଣା, ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର,୪/୪: ଗାଙ୍ଗପୁର ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି ।
ଭାରତୀୟ ବିକାଶ ପରିଷଦ ପକ୍ଷରୁ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି । ଏହାସହ ଅଭିଯୋଗରେ ୨ ପୋଲିସ କର୍ମଚାରୀଙ୍କ ପଲିଗ୍ରାଫ୍ ଟେଷ୍ଟ କରିବା ପାଇଁ ମଧ୍ୟ ଦାବି ହୋଇଛି । ଏହି ମାମଲାରେ ଭଞ୍ଜନଗର SDPO, IICଙ୍କ ସମେତ ୭ ଜଣଙ୍କୁ ପକ୍ଷଭୂକ୍ତ ଥିବା ସୂଚନା ମିଳିଛି ।