ଆଜି ପୁଣି ଥରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ,୬/୪: ଆଜି ପୁଣି ଥରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଗତ ୧୬ ଦିନ ଭିତରେ ୧୪ ଥର ପାଇଁ ବଢ଼ିଲାଣି ତେଲ ଦର। ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୬ ଓ ଡିଜେଲ ୮୫ ପଇସା ବୃଦ୍ଧି ପାଇଥିବା ବେଳେ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ୮୪ ଓ ଡିଜେଲ ୮୫ ପଇସା ବଢ଼ିଛି।