ବର୍ଷା ଓ ବଜ୍ରପାତ ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର୮/୪: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ତେବେ, ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ଜନିତ କାଳବୈଶାଖୀ ହେବାର ସମ୍ଭାବନା ରହଥିବାରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।