ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩/୪: ରାଜଧାନୀ ଭୁବନେଶ୍ୱର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଏହା ମଧ୍ୟ କହିଛନ୍ତି ଯେ ସଂସ୍କୃତି, ଶିକ୍ଷା, ସ୍ବାସ୍ଥ୍ୟସେବାଠାରୁ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣ ଏକାମ୍ର କ୍ଷେତ୍ର ଭୁବନେଶ୍ବରକୁ ଦେଶର ପ୍ରମୁଖ ସ୍ମାର୍ଟସିଟିରେ ପରିଣତ କରିଛି । ଭୁବନେଶ୍ୱରକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବାକୁ ସମସ୍ତେ ଏକ ହୋଇ କାମ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।