ବଡ଼ ଖବର: ଜୁନ୍ ୬ରୁ ଜୁନ୍ ୧୬ ପର୍ଯ୍ୟନ୍ତ ସ୍କୁଲରେ ଖରାଛୁଟି ପାଇଁ ନିଷ୍ପତ୍ତି

ଭୁବନେଶ୍ୱର,୧୬/୪: ରାଜ୍ୟରେ ଏବେ ଖରା ସାଙ୍ଗକୁ ତାତି ବଢି ଚାଲିଛି। ଏହାରିମଧ୍ୟରେ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି। ପାଠ ପଢ଼ା ପାଇଁ ସ୍କୁଲରେ ଖରାଛୁଟି  ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଜୁନ୍ ୬ରୁ ଜୁନ୍ ୧୬ ପର୍ଯ୍ୟନ୍ତ ସ୍କୁଲରେ ଖରାଛୁଟି ପାଇଁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ଭଳି ସ୍କୁଲ ସକାଳୁଆ ଚାଲୁ ରହିବ। ତେବେ ସକାଳୁଆ ସ୍କୁଲ ପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳେ ୬ଟାରୁ ୯ଟା ଯାଏଁ ସ୍କୁଲ ଖୋଲା ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।