ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮/୪: ଦେଶରେ ଏବେ କରୋନା ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୮୩ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୧୪ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୧୮୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୪,୨୮୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୯୬୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯୮୫ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୦,୭୭୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୫୪୨।