ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦/୪: ଦେଶରେ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୪୦ଜଣ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୦୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୭,୫୯୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୦୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୩,୨୪୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨୩୪୦।