ରାଜଧାନୀ ଭୁବନେଶ୍ୱରରୁ ଆଜି ୩୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩/୧୨(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୪ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୮୩୪କୁ ବୃଦ୍ଧି ପାଇଥିବା ବେଳେ ୩୦୧୯୮ଜଣ ସୁସ୍ଥ ହୋଇଛନ୍ତି ଓ ୨୨୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୩୯୪ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।