ନୂଆଦିଲ୍ଲୀ,୨୩/୪: ଦେଶରେ ଏବେ କ ରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୫୪,୯୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୧୪୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬୫୬ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୭,୭୨୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୦୭୯।