ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୪୧ କରୋନା

ନୂଆଦିଲ୍ଲୀ,୨୫/୪: ଦେଶରେ ଏବେ କରୋନା ସଂକ୍ରମଣ ହାର ଅଳ୍ପ କିଛି ମାତ୍ର ରେ ବଢିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ,ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୦ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୫୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୦,୦୮୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୨୨୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୧,୩୪୧। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୫୨୨।