ବଡଖବର: ଆସନ୍ତାକାଲିଠାରୁ ୫ ଦିନ ସ୍କୁଲ ଛୁଟି

ଭୁବନେଶ୍ୱର,୨୫/୪: ରାଜ୍ୟରେ ଏବେ ଡହଳବିକଳ କରୁଛି ଅସହାୟ ତାତି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ । ଆସନ୍ତାକାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ ନେଇ ନିଷ୍ପତି ନିଆଯାଇଛି । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ। ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ।