ଖରାବୃଦ୍ଧି ଓ ପିଲାଙ୍କ ପରୀକ୍ଷା ପାଇଁ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଯୋଗାଇଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫/୪: ରାଜ୍ୟରେ ପ୍ରବଳ ଗରମ ଯୋଗୁଁ ଜୀବନ ଅସ୍ତବ୍ୟସ୍ତ ହୋଇଗଲାଣି । ଆଉ ଅସହ୍ୟ ଗରମ ସାଙ୍ଗକୁ ଅଘୋଷିତ ବିଦ୍ୟୁତ କାଟ୍ ଜନଜୀବନକୁ ବ୍ୟତିବ୍ୟସ୍ତ କରିପକାଉଛି । ଚାରିଆଡୁ ଅଭିଯୋଗ ଆସିବା ପରେ ଏନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସେପଟେ ଗ୍ରୀଡକୋ କହିଛି, ବିଦ୍ୟୁତ ଚାହିଦା ବଢିଯିବାରୁ ଏଭଳି ସମସ୍ୟା ଦେଖା ଦେଇଛି, ଶୀଘ୍ର ଏହାର ସମାଧାନ କରାଯିବ।  ଭିଡିଓ କନଫରେନସିଂରେ ହୋଇଥିବା ବୈଠକରେ ଶକ୍ତି ସଚିବ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଖରା ତାତି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଜୁଳି ଯୋଗାଣକୁ ନିଶ୍ଚିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ସମସ୍ତ ସହରାଂଚଳ ଓ ଗ୍ରାମାଂଚଳରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ପାଇଁ ବିଦ୍ୟୁତ ବିତରଣ କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ପ୍ରଥମ ସପ୍ତାହ ସୁଦ୍ଧା ସମସ୍ୟାର ସମାଧାନ ହୋଇଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ। ଦିନ ସମୟରେ ବିଜୁଳି ଯୋଗାଣକୁ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ହୋଇଛି।ଏହାସହ ସମସ୍ତ ଘରୋଇ ବିଦ୍ୟୁତ୍ ଉତ୍ପାଦନକାରୀ ସଂସ୍ଥାକୁ ଉନ୍ନତମାନର କୋଇଲା ଯୋଗାଇ ଦେବାକୁ ଏମସିଏଲକୁ ନିର୍ଦ୍ଦେଶ ଦିଆଯାଇଛି